ଆଜି ଓଡ଼ିଶାରେ ପୁଣି ୪୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୮୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪ ଜଣ, ଗଞ୍ଜାମ ଓ ପୁରୀରୁ ୩ ଜଣ ଲେଖାଏଁ, ବରଗଡ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୦୮୦ ଜଣଙ୍କର ମୃତ୍ୟୁ ହୋଇଛି ।

Leave a comment