ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାଣ ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ତିନିଜଣ ଗୁରୁତର

ଖମାର :  ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ସେହି ଗ୍ରାମର ତ୍ରିପୁର ବେହେରା । ସୂଚନା ଅନୁସାରେ ଆଗକୁ ଦୀପାବଳି ଥିବା ବେଳେ ଆଜି ସକାଳୁ ଘରେ ବାଣ ଭିଡୁଥିଲେ ।

ତେବେ କୌଣସି କାରଣ ବଶତଃ ହଠାତ୍ ବିସ୍ଫୋରଣ ଘଟିଥିଲା । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଘରର ଛପର ଉଡିଯାଇଥିଲା । ଆହତ ମାନଙ୍କୁ ପ୍ରଥମେ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ପରେ ଅନୁଗୁଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଖମାର ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ଏହି ବାଣ କାରଖାନା ଆଇନ୍ ସମ୍ମତ ଥିଲା ନା ବେଆଇନ ଭାବରେ ଚାଲିଥିଲା ତାହା ସନ୍ଦେହ ଘେରରେ ଅଛି ।

Leave A Reply

Your email address will not be published.