ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ପୁଣି ଡରାଇବା ଆରମ୍ଭ କରିଛି। ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ଉପରକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭୯ ଜଣ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧରୁ ସର୍ବାଧିକ ୧୬୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୨୨୭, ସମ୍ବଲପୁରରୁ ୭୭, ମୟୁରଭଞ୍ଜ ୧୧୦ ଓ କଟକରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ସକ୍ରିୟ ମାମଲା ୬୯୭୪ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.