ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍: ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଜି ୧୦୦ ଟପିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୫ଜଣ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୪୪୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ୧୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫ ଜଣ, କଟକରୁ ୨୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ, ସମ୍ବଲପୁରରୁ ୪ ଜଣ, ଯାଜପୁରରୁ ୨ ଜଣ, ପୁରୀରୁ ଜଣେ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୪ ଜଣ ଆକ୍ରାନ୍ତ ରହିଛନ୍ତି।

Leave A Reply

Your email address will not be published.