ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆଉ ୧୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି । ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ, ରାୟଗଡ଼ାରୁ ୪ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ହୋଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୪୫୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୪୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨କୁ ବୃଦ୍ଧି ପାଇଛି । ରାଜ୍ୟରେ ୩ ଲକ୍ଷ ୯୧ ହଜାର ୪୮ ଜଣ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ୬୯ ହଜାର ୪୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

 

Leave A Reply

Your email address will not be published.