ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶନିବାର ରାଶିଫଳ ( ୧୬- ୦୪ – ୨୦୨୨ )

ମେଷ: କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ଆର୍ଥିକ ସ୍ବଚ୍ଛଳତା ଦେଖାଦେବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ବାଣିଜ୍ୟରେ ନୂତନ ପୁଞ୍ଜି ନିବେଶ କରିପାରନ୍ତି। ଶିକ୍ଷାର୍ଥୀ ସ୍ଥିରମନା ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।

ବୃଷ: କିଛିଟା ସମସ୍ୟା ଭିତରେ ଗତି କରିବେ। ଚାକିରିରେ ବିରକ୍ତିକର ପରିସ୍ଥିତି ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟ ଚିନ୍ତାଜନକ ରହିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ।

ମିଥୁନ: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ଗୁରୁଜନମାନଙ୍କୁ ନେଇ ଚିନ୍ତା ରହିବ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସଫଳ ହୋଇପାରନ୍ତି। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

କର୍କଟ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ପ୍ରଶାସନିକ ଓ ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା।

ଏଥିସହିତ ପଢ଼ନ୍ତୁ

ସିଂହ:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତିର ଯୋଗ ରହିଛି। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

କନ୍ୟା:କର୍ମକ୍ଷେତ୍ରରେ ପ୍ରଶଂସାଭାଜନ ହେବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ସୁନାମ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା: ବ୍ୟୟବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ-ସବୁଜ।

ବିଛା: କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍‌।

ଧନୁ: ଦିନଟି କର୍ମତତ୍ପର ରହିବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟ ଲାଭଜନକ ରହିବ।ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ-ଧଳା।

ମକର:ପରିଶ୍ରମର ଫଳ ପାଇବେ। ସନ୍ତାନସନ୍ତତିମାନେ ଉନ୍ନତି କରିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଶୁଭଫଳ ପାଇବେ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

କୁମ୍ଭ:ଅବହେଳା କାରଣରୁ କାର୍ଯ୍ୟହାନି ହୋଇପାରେ। ବନ୍ଧୁବାନ୍ଧବଙ୍କ ସଙ୍ଗେ ମନାନ୍ତର ହୋଇପାରେ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ-ସିଲ୍‌ଭର୍‌

ମୀନ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ।

Leave A Reply

Your email address will not be published.