ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମେକ୍ସିକୋରେ ଆତତାୟୀର ଆଖିବୁଜା ଗୁଳିମାଡ଼ରେ ୧୮ ଜଣଙ୍କ ମୃତ୍ୟୁ

ମେକ୍ସିକୋ: ମେକ୍ସିକୋରେ ଆତତାୟୀର ଆଖିବୁଜା ଗୁଳିମାଡ଼ । ଗୁଳିମାଡ଼ରେ ୭ ପୋଲିସ ଓ ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଦକ୍ଷିଣ ପଶ୍ଚିମ ମେକ୍ସିକୋର ସାନ୍ ମିଗୁଏଲ ଟୋଟଲାପନ ସ୍ଥିତ ସିଟି ହଲ୍ ଏବଂ ନିକଟରେ ଥିବା ଏକ ଘର ଉପରକୁ କିଛି ବନ୍ଧୁକଧାରୀ ଆଖିବୁଜା ଗୁଳିମାଡ଼ କରିଥିଲେ। ଏହି ଗୁଳିମାଡ଼ରେ ସହରର ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଘଟଣା ପରେ ପୋଲିସ ସମଗ୍ର ସହରକୁ ନାକାବନ୍ଦୀ କରିବା ସହ ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା ଜାରି ରଖିଛି ।

ସୂଚନା ଅନୁସାରେ, ଆତତାୟୀ ବନ୍ଧୁକଧାରୀ ମେକ୍ସିକୋର ସିଟି ହଲ ଭିତରକୁ ପଶି ଯାଇଯାଇଥିଲା । କେହି କିଛି ବୁଝିବା ପୂର୍ବରୁ ଲୋକଙ୍କ ଉପରକୁ ଆଖି ବୁଜା ଗୁଳିମାଡ଼ କରିଥିଲା । ତେବେ ଗୁଳିମାଡ଼ କିଏ ଓ କାହିଁକି କରିଛି ତାହା ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଅନ୍ୟପଟେ ପୋଲିସ ବନ୍ଧୁକଧାରୀକୁ ଧରିବାକୁ ଉଦ୍ୟମ କରୁଛି । ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ପୂରା ସହରକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ୍ କରୁଛି ପୋଲିସ ।

Leave A Reply

Your email address will not be published.