ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୯୫ କରୋନା ପଜିଟିଭ୍

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨୪ ଜଣ । ସେହିପରି ୧୧୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୫୦୯୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୭୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୨୪୧୬୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.