ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଆଉ ୨ ଜୀବନ ନେଲା କରୋନା, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ଚିନ୍ତାବଢାଇ ଚାଲିଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଛି। ଏଥି ସହିତ ଆଜି ମୃତ୍ୟୁ ବରଣ କରିଥିବା ଦୁଇ ମୃତକଙ୍କ ମଧ୍ୟରୁ  ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେପଟେ ଗତ ୨୪ ଘଣ୍ଟାରେ ୧୦ ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ରହିଛି । ରାଜ୍ୟରେ ୩୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୨୧୨୭ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୭ ଚିହ୍ନଟ ହୋଇଛନ୍ତି।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୪୪ହଜାର ୮୨୫ରେ ପହଞ୍ଚିଛି । ସେଥିମଧ୍ୟରୁ ସକ୍ରିୟ ଅଛନ୍ତି ୨୧ ହଜାର ୪୩୬ ।

Leave A Reply

Your email address will not be published.