ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ‘୫-ଟି’ ଅଧ୍ୟକ୍ଷଙ୍କ ୨ ଦିନିଆ ଗଞ୍ଜାମ ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି ‘୫-ଟି’ ତଥା ‘ମୋ ଓଡ଼ିଶା ଓ ନବୀନ ଓଡ଼ିଶା’ର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଶନିବାର ଓ ରବିବାର ସେ ଦୁଇଦିନ ବ୍ୟାପି ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି ‘୫-ଟି’ ଅଧୀନରେ ଜାରି ରହିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବେ। ଏଥିସହିତ ସ୍ଥାନୀୟ ଲୋକଙ୍କ ସହିତ ସ୍ଥାନୀୟ ସମସ୍ୟା ସମ୍ପର୍କରେ ସିଧାସଳଖ ଆଲୋଚନା କରିବେ ବୋଲି ଜଣାଯାଇଛି। ‘୫-ଟି’ ଅଧ୍ୟକ୍ଷଙ୍କ ଗସ୍ତ ନେଇ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

‘୫-ଟି’ ଅଧ୍ୟକ୍ଷଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଭୟ ଗଞ୍ଜାମ ଓ ବ୍ରହ୍ମପୁର ପୁଲିସ ଜିଲ୍ଲା ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହାତକୁ ନିଆଯାଇଛି। ଏଥିସହିତ ବିଭିନ୍ନ ସ୍ଥାନରେ ୧୨ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି। ବ୍ରହ୍ମପୁର ଏସପିଙ୍କ ତତ୍ତ୍ୱାବଧାନରେ ୪ଜଣ ଏଏସପି ଓ ଡିଏସପିଙ୍କର ପୁଲିସ ଅଧିକାରୀ ସୁରକ୍ଷା ବ୍ୟବସ୍ଥା ଦାୟିତ୍ୱରେ ରହିବେ। ଗସ୍ତକାଳରେ ଯେଭଳି ସାଧାରଣ ଲୋକଙ୍କ ଟ୍ରାଫିକ ସମସ୍ୟା ସୃଷ୍ଟି ନ ହୁଏ , ସେଥିପାଇଁ ବିଶେଷ ଧ୍ୟାନ ଦେବାକୁ ଉଭୟ ପୁଲିସ ଜିଲ୍ଲା ପକ୍ଷରୁ ବ୍ୟବସ୍ଥା ହୋଇଛି।

ଅପରପକ୍ଷରେ ରାଜ୍ୟ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ସାଧାରଣ ସମ୍ପାଦକ ତଥା ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ମାନସ ରଞ୍ଜନ ମଙ୍ଗରାଜ ବ୍ରହ୍ମପୁରରେ ପହଞ୍ଚି ଏହି କାର୍ଯ୍ୟକ୍ରମର ଅନୁଧ୍ୟାନ କରିଛନ୍ତି।

Leave A Reply

Your email address will not be published.