ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦୋଳ ବିମାନ ନେଉଥିବା ଲୋକଙ୍କୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌: ୨ମୃତ, ୩ ଗୁରୁତର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଯମଧର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୋଳ ବିମାନ ନେଇ ଯାଉଥିବା ବେଳେ ଲୋକଙ୍କୁ ଏକ ମାଛ ବୋଝେଇ ପିକ୍‌ଅପ୍ ଭ୍ୟାନ୍‌ ଧକ୍କା ଦେଇଛି। ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ଦ୍ୱୟ ହେଉଛନ୍ତି ବଣହରା ଗାଁର ଦିବ୍ୟଜ୍ୟୋତି ଦାସ ଓ ବଡ଼ଗାଁର ସୋମନାଥ ସାହୁ।

ସୂଚନା ଅନୁଯାୟୀ, ବଣହରା ଗାଁର ଜୟନ୍ତ କୁମାର ଦାସଙ୍କ ଦୋଳ ବିମାନ ବାଲିଆ ମେଲଣ ସାରି ଦୁହୁରିଆ ମେଲଣରେ ଯୋଗ ଦେବାକୁ ଆସୁଥିଲେ। ଦୁହୁରିଆ ମେଲଣରୁ କିଛି ଦୂରରେ କଟକ ଆଡୁ ଆସୁଥିବା ଏକ ମାଛ ବୋଝେଇ ପିକ୍‌ଅପ୍ ଭ୍ୟାନ୍ ଦୋଳ ବିମାନଟି ବୋହି ନେଉଥିବା ଲୋକଙ୍କ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଦୁର୍ଘଟଣାସ୍ଥଳରେ ଦୁଇ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା  ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ପିକ୍‌ଅପ୍‌ ଭ୍ୟାନ୍‌କୁ ଜବତ କରିବା ସହିତ ଡ୍ରାଇଭରକୁ ଅଟକ ରଖିଛି।

Leave A Reply

Your email address will not be published.