ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମେ’ ୧୮ରୁ +୨ ପରୀକ୍ଷା, ପ୍ରଥମ ଦିନରେ ଫିଜିକ୍ସ ପରୀକ୍ଷା ଦେବେ ବିଜ୍ଞାନ ଛାତ୍ରଛାତ୍ରୀ

ଭୁବନେଶ୍ବର: ମେ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ୧୮ ତାରିଖରୁ ଆରମ୍ଭ ହୋଇ ଜୁନ୍ ୧୨ ତାରିଖରେ ପରୀକ୍ଷା ସରିବ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।  ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ବିଜ୍ଞାନ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସାମନ୍ଯ ପରିବର୍ତ୍ତ ହୋଇଛି। ପ୍ରଥମ ଥର ପାଇଁ ବିଜ୍ଞାନ ଛାତ୍ରଛାତ୍ରୀ ପ୍ରଥମ ଦିନରେ ଫିଜିକ୍ସ ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି।

ଅନ୍ୟପଟେ ମେ’ ୨୮ ତାରିଖରୁ ଯୁକ୍ତ ୨ ଧନ୍ଦାମୂଳକ ପରୀକ୍ଷା ଆରମ୍ଭ ହେବ ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.