ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡିସେମ୍ବର ୨୭ରୁ +୨ ଫର୍ମ ପୂରଣ, ମାର୍ଚ୍ଚ ଶେଷ ସୁଦ୍ଧା ସରିବ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୭ରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରଛାତ୍ରୀଙ୍କୁ ଫର୍ମ ପୂରଣ ବାବଦରେ ୫୨୦ ଟଙ୍କା ଦାଖଲ କରିବାକୁ ହେବ। ଛାତ୍ରଛାତ୍ରୀ ଆସନ୍ତା ଡିସେମ୍ବର ୨୭ ରୁ ଜାନୁଆରୀ ୪ ତାରିଖ ମଧ୍ୟରେ ବିନା ଜରିମାନାରେ ଫର୍ମ ପୂରଣ କରିବେ। ସେହିପରି ଜାନୁଆରୀ ୫ରୁ ୬ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ଶହେ ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ ।

ଜାନୁଆରୀ ୭ରୁ ୧୧ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ୪୫୦ ଟଙ୍କା ଜରିମାନା ଦେଇ ଛାତ୍ରଛାତ୍ରୀ ଫର୍ମ ପୂରଣ କରି ପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦର୍ଶାଇଛି। କଲେଜର ସାମ୍ସ ପୋର୍ଟାଲ ଜରିଆରେ କଲେଜ କର୍ତ୍ତୃପକ୍ଷ ପିଲାଙ୍କ ଫର୍ମ ପୂରଣ କରିବେ। ଆବଶ୍ୟକୀୟ ଉପଯୁକ୍ତ କାଗଜପତ୍ର ସହ ନିର୍ଭୁଲ ଭାବେ ପିଲାଙ୍କ ଫର୍ମ ପୂରଣ କରିବା ପାଇଁ ସିଏଚଏସଇର ପରୀକ୍ଷା ନିୟନ୍ତ୍ରକ ବିଭିନ୍ନ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି

 

Leave A Reply

Your email address will not be published.