ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆନ୍ଧ୍ର ପ୍ରଦେଶ ଗୁଣ୍ଟୁରରେ ୬ ଓଡ଼ିଆଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ, ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ଯୁତ ଦୁର୍ଘଟଣାରେ ଗୁଣୁପୁରର ୬ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଆନ୍ଧ୍ର ପ୍ରଦେଶ ଗୁଣ୍ଟୁର ଜିଲ୍ଲା ରେପଲ୍ଲେ ଗ୍ରାମରେ ବିଦ୍ୟୁତ ସର୍ଟସର୍କିଟ ହେତୁ ନିଆଁରେ ପୋଡି ୬ ଜଣ ପ୍ରବାସୀ ଓଡ଼ିଆ ଶ୍ରମିକ ପ୍ରାଣ ହରାଇଥିଲେ । ମିଳିଥିବା ସୂଚନା ଅନୁଯାୟୀ, ମୃତକଙ୍କ ମଧ୍ୟରୁ ଜଣେ ଗୁଣପୁରର ହୋଇଥିବା ବେଳେ ୩ ଜଣ ତାରମାଳର ଓ ୨ ଜଣ ଫୁଲଫୁଟି ଗାଁର। ତେବେ ମୃତକମାନଙ୍କ ପରିଚୟ ମିଳି ନଥିବା ବେଳେ ଫ୍ୟାକ୍ଟ୍ରି ମାଲିକଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି।

Leave A Reply

Your email address will not be published.