ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ଯବାନ ସହିଦ, ୨ ଆତଙ୍କବାଦୀ ନିହତ

ଜମ୍ମୁ: ଜମ୍ମୁ-କଶ୍ମୀରର ସୁଞ୍ଜୱାନ ଅଞ୍ଚଳରେ ଆଜି ପୁଣି ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଆତଙ୍କବାଦୀମାନେ ଗୋଟିଏ ଘର ଭିତରେ ଲୁଚି ରହି ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ମାଡ଼ କରୁଛନ୍ତି। ଏହି ଜଣେ ଯବାନ ସହିଦ ହୋଇଥିବା ବେଳେ ଆଉ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜମ୍ମୁ ଉପକଣ୍ଠ ଗୋଟିଏ ଆର୍ମି କ୍ୟାମ୍ପ ନିକଟରେ ହିଁ ଏପରି ଗୁଳି ବିନିମୟ ଜାରି ରହିଛି।

ସୂଚନା ଅନୁଯାୟୀ, ଆଜିର ଏନକାଉଣ୍ଟର୍‌ରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି।

ଶୁକ୍ରବାର ଭୋର ସମୟରୁ ଆରମ୍ଭ ହୋଇଥିବା ଏନକାଉଣ୍ଟର ସମ୍ପର୍କରେ ଜମ୍ମୁ-କଶ୍ମୀର ପୁଲିସ୍‌ କହିଛି ସୁଞ୍ଜୱାନ ଅଞ୍ଚଳରେ ଜୈଶ-ଏ-ମହମ୍ମଦର ୨ ଜଣ ଆତଙ୍କୀ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁରୁବାର ବିଳମ୍ବିତ ରାତିରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ଲୁଚି ରହିଥିବା ଅଞ୍ଚଳକୁ ସୁରକ୍ଷାକର୍ମୀମାନେ କର୍ଡନ କରୁଥିବା ବେଳେ ହଠାତ୍‌ ଗୁଳି ମାଡ଼ର ସମ୍ମୁଖୀନ ହୋଇଥିଲେ। ଗୋଟିଏ ଘର ଭିତରେ ଲୁଚି ରହି ଆତଙ୍କବାଦୀମାନେ ଗୁଳି ମାଡ଼ କରିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ଏହାର ଜବାବ ଦିଆଯାଇଥିଲା। ଦୀର୍ଘ ସମୟ ଧରି ଜାରି ରହିଥିବା ଏହି ଏନକାଉଣ୍ଟର୍‌ରେ ୫ ଜଣ ଯବାନ ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.