ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ, ପ୍ରତିଟି ଅପରାଧକୁ ରାଜନୀତିକରଣ କରା ନ ଯାଉ- ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ପରିଚାଳନା ପରିଷଦର ଷଷ୍ଠ ବୈଠକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଜ ବକ୍ତବ୍ୟ ରଖିଛନ୍ତି। ରେଳବାଇ, ବ୍ୟାଙ୍କିଂ, ଟେଲିକମ୍, କେନ୍ଦ୍ରୀୟ ଅନୁଦାନ ହ୍ରାସ , ‘ସ୍ୱତନ୍ତ୍ର ଫୋକସ୍ ରାଜ୍ୟ’ ଓ ଅଷ୍ଟମ ପରିଚ୍ଛେଦରେ ଗୁରୁତ୍ୱପୂର୍ଣ୍ଣ ଭାଷା ସାମିଲ କରିବାକୁ ନିତି ଆୟୋଗ ବୈଠକରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଗଣତନ୍ତ୍ରରେ ନିର୍ବାଚନ ଏକ ପ୍ରମୁଖ ଅଙ୍ଗ । ନିର୍ବାଚନରେ ବିଜୟୀ ହେଲା ପରେ ଦଳଗତ ଚିନ୍ତାଧାରାରୁ ଊର୍ଦ୍ଧ୍ୱରେ ରହି ସରକାରଙ୍କୁ ଲୋକଙ୍କ ପାଇଁ କାର୍ଯ୍ଯ କରିବାକୁ ପଡ଼ିଥାଏ । କିନ୍ତୁ ଆମେ ତାହା କରୁଛେ କି ନାହିଁ ତାହା ଆତ୍ମ ସମୀକ୍ଷା କରିବାର ବେଳ । ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ। ଏବେ ପ୍ରତ୍ୟେକ ଅପରାଧକୁ ରାଜନୀତିକରଣ କରାଯାଉଛି। ନିର୍ବାଚିତ ସରକାରଙ୍କ ପ୍ରତି କାମକୁ ରାଜନୈତିକ ଦୃଷ୍ଟିରେ ଦେଖାଯାଉଛି। ଏସବୁ ଦେଶର ଶାନ୍ତି ଏବଂ ବିକାଶରେ ବଡ଼ ବାଧକ ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି।

ଜାତୀୟ ଦଳ ଗୁଡ଼ିକ ମହିଳା ସଂରକ୍ଷଣ ନେଇ ଉଭୟ ଲୋକସଭା ଓ ରାଜ୍ୟ ବିଧାନସଭାରେ ପ୍ରତିଶ୍ରୃତି ଦେଇଛନ୍ତି । ଯଦି ଏହାକୁ ପାଳନ କରିବାନାହିଁ ଦେବେ ଆମକୁ ଇତିହାସ କ୍ଷମା ଦେବନି । ଅପପୁଷ୍ଟି, ଯୋଗାଯୋଗ, ଲିଙ୍ଗଗତ ବୈଷମ୍ୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଗ୍ରାମାଞ୍ଚଳ ଓ ଗରିବ ପିଲାଙ୍କ ମେଧାକୁ ନଜର ଦିଆଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ନୀତି ଆୟୋଗ ବୈଠକରେ ଅନେକ ପ୍ରସଙ୍ଗ ଉଠୁଛି । ନୀତି ଆୟୋଗର ପଦକ୍ଷେପ ସମସ୍ତେ ଜାଣିବା ଉଚିତ । ଅନୁସୂଚିତ ଜନଜାତି ତାଲିକାରେ କିଛି ସମ୍ପ୍ରଦାୟ ସାମିଲ ପ୍ରସଙ୍ଗ ୧୯୭୮ରୁ ପଡ଼ିରହିଛି । ବିନା ନିଷ୍ପତ୍ତିରେ ଦୀର୍ଘବର୍ଷ ଧରି ପକାଇ ରଖିବା ଠିକ ନୁହେଁ ବୋଲି ନବୀନ ପରାମର୍ଶ ଦେଇଛନ୍ତି । କରୋନା ନେଇ ସଂଗ୍ରାମ ମିଳିତ ଉଦ୍ୟମର ପ୍ରତିଫଳନ । ସଂଘୀୟ ରାଷ୍ଟ୍ରରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମିଳିତ ଉଦ୍ୟମ ଦରକାର ବୋଲି ସେ ଯୁକ୍ତି ବାଢିଛନ୍ତି ।

 

Leave A Reply

Your email address will not be published.