ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦ୍ବିତୀୟ ଥର ପାଇଁ ମାଆ ହେଲେ ଅଭିନେତ୍ରୀ କରୀନା କପୁର, ଜନ୍ମ ଦେଲେ ପୁତ୍ର ସନ୍ତାନ

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର ଓ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଘରକୁ ପୁଣି ଜଣେ ନୂଆ ଅତିଥୀ ଆସିଛନ୍ତି ।  ଆଜି ସକାଳୁ ମୁମ୍ବାଇ ସ୍ଥିତ ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ କରୀନା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି ।

ଏହି ଖୁସି ଖବର ପରେ ଉଭୟ ପରିବାରରେ ଆନନ୍ଦର ଲହରୀ ଖେଳିଯାଇଥିବା ବେଳେ ପ୍ରଶଂସକମାନେ ଖୁସି ହେବା ସହ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି । ପ୍ରଶଂସକମାନେ ଉଭୟଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି । ବଲିଉଡ୍ ଜଗତର ଅନେକ ସେଲିବ୍ରିଟି ମଧ୍ୟ କରିନା ଓ ସୈଫଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଅଧିକ ପଢନ୍ତୁ


ଉଭୟ ଗତ ବର୍ଷ ଅଗଷ୍ଟରେ ଦ୍ୱିତୀୟ ସନ୍ତାନ ନେଇ ଘୋଷଣା କରିଥିଲେ । ସୋସିଆଲ ମିଡିଆରେ ପୋଷ୍ଟ କରି ଦ୍ୱିତୀୟ ସନ୍ତାନ ପାଇଁ ଆଉ ଅପେକ୍ଷା କରିହେଉ ନାହିଁ ବୋଲି କରିନା କହିଥିଲେ । ଏବେ କରୀନା ପୁଣି ଥରେ ମାତୃତ୍ୱ ଲାଭ କରିଛନ୍ତି । ଏହାସହ ତାଙ୍କର ବଡ ପୁତ୍ର ତୈପୁରଙ୍କୁ ଏକ ଭାଇ ମିଳି ଯାଇଛି ।

Leave A Reply

Your email address will not be published.