ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୁକ୍ରବାର ରାଶିଫଳ ( ୨୩-୦୪-୨୦୨୧ )

ମେଷ:ପରିଶ୍ରମର ଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ।ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ:କର୍ମକ୍ଷେତ୍ରରେ ବିରୋଧୀ ବୃଦ୍ଧି ପାଇବେ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ମହିଳାମାନେ ହତାଦର ରହିବେ। ବାଣିଜ୍ୟ ମନ୍ଥର ରହିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

କର୍କଟ: ଘାତଚକ୍ର କାରଣରୁ ଆର୍ଥିକ ବିଷୟକୁ ନେଇ ଅଶାନ୍ତି ଉପୁଜିପାରେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟି ମନମୁତାବକ ଫଳ ପାଇବେ। ମହିଳାମାନେ ପ୍ରସନ୍ନ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

କନ୍ୟା:କର୍ମକ୍ଷେତ୍ରରେ ଅସହଯୋଗ ରହିବ। ପ୍ରଶାସନିକ ସମସ୍ୟା ରହିବ। ମହିଳାମାନେ ଆଳସ୍ୟ ରହିବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ। ପ୍ରଶାସନିକ ଓ ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଉନ୍ନତି ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା: କାର୍ଯ୍ୟ ସିଦ୍ଧି ସହ ଧନସମ୍ମାନ ପାଇବେ। ସାଂସାରିକ ସୁଖସନ୍ତୋଷ ପ୍ରାପ୍ତି ହେବ। ଚାକିରିରେ ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ଧନୁ: ଅନ୍ୟର ସହଯୋଗ ପାଇ ଆଗେଇ ଚାଲିବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଆୟ ଭଲ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର: କର୍ମକ୍ଷେତ୍ରରେ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ପ୍ରଶାସନିକ ଅଭିଯୋଗ ଆସିପାରେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ: ଉଚ୍ଚ ଆଶା ପୂରଣ ହେବ। ଦାମ୍ପତ୍ୟ ସୁଖସନ୍ତୋଷ ପ୍ରାପ୍ତି ହେବ। ରାଜନୀତିରେ ଲୋକସମ୍ପର୍କ ଭଲ ରହିବ। ଶିଳ୍ପ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ: ଆପ୍ରାଣ ଚେଷ୍ଟା କରି ଆଗେଇ ଚାଲିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ଆଦର୍ଶ ପରାୟଣା ହେବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍‌

Leave A Reply

Your email address will not be published.