ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ନିର୍ବାଚନ ପୂର୍ବରୁ ୨୩ ପ୍ରାର୍ଥୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ  ଘଟିଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ଯନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ ରଖାଯାଇଛି । ସର୍ବାଧିକ ୧୩ ଜଣ ୱାର୍ଡ ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହା ସହିତ ୬ ଜଣ ସରପଞ୍ଚ ଓ ୩ ଜଣ ସମିତି ସଭ୍ୟ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି ଏବଂ କେନ୍ଦୁଝର ଜିଲ୍ଲାର ଜଣେ ଜିଲ୍ଲାପରିଷଦ ପ୍ରାର୍ଥୀଙ୍କର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

କଟକ ସଦର ଯଶପଡ଼ା ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି, ଫଳରେ ମତଦାନକୁ ବନ୍ଦ କରାଯାଇଛି । କିନ୍ତୁ ଅନ୍ୟ ପଦ ପାଇଁ ଭୋଟିଂ ଜାରି ରହିଛି । ବିଳମ୍ବିତ ରାତିରେ ସରପଞ୍ଚ ପ୍ରାର୍ଥୀ ନମିତା ବେହେରାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.