ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଉନ୍ନତ ସ୍ୱାସ୍ଥ୍ୟସେବା ପାଇଁ ପଶ୍ଚିମ ଓଡ଼ିଶାକୁ ୨୫ କୋଟି ସହାୟତା

ଭୁବନେଶ୍ୱର: ରାଜ୍ୟରେ କରୋନାର ଦ୍ୱିତୀୟ ଲହରରେ ବେଶି ପ୍ରଭାବିତ ହୋଇଛି ପଶ୍ଚିମ ଓଡ଼ିଶା । ଏହି ସମୟରେ ପଶ୍ଚିମ ଓଡ଼ିଶାରେ ସ୍ୱାସ୍ଥ୍ୟସେବାକୁ ଆହୁରି ମଜଭୁତ୍ କରିବାକୁ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର । କରୋନା ପରି ମହାମାରୀ ବିରୁଦ୍ଧରେ ଲଢେଇ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ୨୫ କୋଟି ଟଙ୍କା ସହାୟତା ଦିଆଯାଇଛି । ଏହି ଅର୍ଥରୁ ଜିଲ୍ଲା ପ୍ରଶାସନ ଆବଶ୍ୟକ ଅନୁସାରେ ସ୍ୱାସ୍ଥ୍ୟ ଉପକରଣ କିଣି ପାରିବେ ।

କୋଭିଡ୍ ସ୍ଥିତି ମୁକାବିଲା ପାଇଁ ଆବଶ୍ୟକ ଅତିରିକ୍ତ ଆଇସିୟୁ, ଏଚଡିୟୁ ବେଡ୍, ଅତ୍ୟାବଶ୍ୟକୀୟ ସ୍ୱାସ୍ଥ୍ୟ ସାମଗ୍ରୀ ସହ କରୋନା ପରୀକ୍ଷା ପାଇଁ ଆବଶ୍ୟକ ଯନ୍ତ୍ରପାତି, ଅକ୍ସିଜେନ୍ ପାଇପ୍, ପଲ୍ସ ଅକ୍ସିମିଟର ଇତ୍ୟାଦି କିଣାଯାଇ ପାରିବ । ଅତ୍ୟାବଶ୍ୟକ ମେଡିକାଲ ଉପକରଣ ଜିଲ୍ଲା ପ୍ରଶାସନ ଜରୁରୀ ଅନୁଯାୟୀ କିଣିପାରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କରୋନା ବିରୋଧୀ ଯୁଦ୍ଧ ଲଢ଼ୁଛି । କରୋନା ବିରୋଧରେ ଲମ୍ବା ଲଢ଼େଇ ପାଇଁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ସହାୟତାର ହାତ ବଢ଼ାଇଛି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ।

Leave A Reply

Your email address will not be published.