ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଉରକେଲା ଇସ୍ପାତ କାରଖାନାର ୨୫୨୫ ଜଣ କର୍ମଚାରୀ କରୋନା ସଂକ୍ରମିତ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ମାମଲା ହ୍ରାସ୍ ପାଉଥିବା ବେଳେ ଆରଏସପିରୁ ୨୫ ଶହରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ରାଉରକେଲା ଇସ୍ପାତ କାରଖାନାରେ ୨୫୨୫ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି । ସେଥି ମଧ୍ୟରୁ ୧୭୨୫ ଜଣ କର୍ମଚାରୀ ସୁସ୍ଥ ହୋଇ ସାରିଥିବା ବେଳେ ଅନ୍ୟ ୮ ଶହ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ରାଉରକେଲା ଇସ୍ପାତ କାରଖାନା ଭିତରେ କୋଭିଡ୍ ଗାଇଡଲାଇନ୍ କଡ଼ାକଡ଼ି କରାଯାଇଥିବା ପିଆର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁନ୍ଦରଗଡ଼ ଜିଲ୍ଲାରେ ଏଯାବତ୍ ୪୮ ହଜାର ୯୫୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୯ ହଜାର ୯୭୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୨୩୬ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଜିଲ୍ଲାରେ ୮ ହଜାର ୭୪୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Leave A Reply

Your email address will not be published.