ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରଚଣ୍ଡ ତାତିରେ ଛଟପଟ ପଶ୍ଚିମ ଓଡ଼ିଶା, ୪୨ ଡିଗ୍ରୀ ଉପରେ ରାଜ୍ୟର ୩ ଜିଲ୍ଲା

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି। କ୍ରମାଗତ ଭାବେ ଏହି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ସୋମବାର ୮ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିଛି। ବଲାଙ୍ଗୀର ୪୨.୬ ଡିଗ୍ରୀ ସହ ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଥିବା ବେଳେ ଟିଟିଲାଗଡ଼ ୪୨.୫ ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ଛୁଇଁଛି। ସେହିପରି ବାକି ୫ ଟି ସ୍ଥାନରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ତାପମାତ୍ରା ବୃଦ୍ଧି ସାଙ୍ଗକୁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ମଧ୍ୟ ଆଶଙ୍କା ରହିଛି। ମଙ୍ଗଳବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼଼ା, ଗଜପତି, ମୟୂରଭଞ୍ଜ, ବାଲେଶ୍ୱର ଆଦିରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

Leave A Reply

Your email address will not be published.