ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରଚଣ୍ଡ ଶବ୍ଦରେ ଥରିଲା ୩ ଜିଲ୍ଲା, ଭୟଭୀତ ହୋଇ ଘର ବାହାରକୁ ପଳାଇ ଆସିଲେ ଲୋକ

ଭୁବନେଶ୍ବର : ପ୍ରଚଣ୍ଡ ଶବ୍ଦରେ ଥରିଲା ୩ ଜିଲ୍ଲା । ଭଦ୍ରକ, ବାଲେଶ୍ବର ଓ ସୁନ୍ଦରଗଡ଼ରେ ଏହି ପ୍ରଚଣ୍ଡ ଶବ୍ଦ ଶୁଣାଯାଇଛି। ବଡ଼ ବୋମା ଭଳି ପ୍ରଚଣ୍ଡ ଶବ୍ଦ ହୋଇ ବିସ୍ଫୋରଣ ଥରିଲା ସମଗ୍ର ଅଞ୍ଚଳ ।ପ୍ରଚଣ୍ଡ ଶବ୍ଦ ହେବା ଫଳରେ ଏହି ସବୁ ଅଞ୍ଚଳର କିଛି ଘର କବାଟ ଥରିଥିଲା  ଭୟରେ ଲୋକାମନେ ଘର ଭିତରୁ ବାହାରକୁ ବାହାରି ଆସିଥିଲେ । ପ୍ରଚଣ୍ଡ ଶବ୍ଦରେ ଭଦ୍ରକ ସହର, ଧାମନଗର, ବାସୁଦେବପୁର। ବାଲେଶ୍ବର ସହରର ଆଖପାଖ ଅଞ୍ଚଳ ଏବଂ ସୁନ୍ଦରଗଡ଼ର ବଣାଇ ଓ କୋଇଡ଼ାରେ ମଧ୍ୟ ଶୁଭିଛି।

ସୂଚନାମୁତାବକ ଏହା ପ୍ରଥମ ଘଟଣା ନୁହେଁ । ଏହା ପୂର୍ବରୁ ମଧ୍ୟ ଏହି ଭଳି ଘଟଣା ହୋଇଛି । ବାରମ୍ବର ଏଭଳି ଘଟଣା ଘଟୁଥିବା ଲୋକ କହୁଥିବା ବେଳେ ଏହାକୁ ନେଇ କୌଣସି ଯାଞ୍ଚ କରାଯାଉ ନାହିଁ । ଏହା ପୂର୍ବରୁବାଲେଶ୍ୱର ଏବଂ ବାରିପଦାରେ ପୁଣି ଥରେ ପ୍ରଚଣ୍ଡ ଶବ୍ଦ ଶୁଭିଥିବାର ସୂଚନା ମିଳି ଥିଲା । ଯାହାଫଳରେ ଲୋକମାନେ ଭୟଭିତହୋଇ ଘରୁ ବାହାରକୁ ପଳାଇ ଆସିଥିଲେ । ତେବେ ଏହାପୂର୍ବରୁ ଭଦ୍ରକ, ଯାଜପୁର ଓ କେନ୍ଦୁଝର ଅଞ୍ଚଳ ମଧ୍ୟ ପ୍ରଚଣ୍ଡ ଶବ୍ଦରେ ଥରି ଉଠିଥିଲା । ବଡ଼ ବୋମା ଭଳି ପ୍ରଚଣ୍ଡ ବିସ୍ଫୋରଣ ଶବ୍ଦରେ ସମଗ୍ର ଅଞ୍ଚଳ ଥରିଉଠିଥିଲା । ଏହା ଫଳରେ ଭୟରେ ଘର ଭିତରୁ ଲୋକମାନେ ବାହାରକୁ ଚାଲିଆସିଥିଲେ ।

ତେବେ ଏହି ଶବ୍ଦ ପ୍ରକୃତରେ କ’ଣ ଥିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଲୋକମାନେ ମଧ୍ୟ ଏହି ଶବ୍ଦ ଶୁଣି ଭୟଭୀତ ହୋଇପଡ଼ିଥିଲେ । ତେବେ ସେଠାରେ ଅନେକ ବଡ଼ ବଡ଼ ଷ୍ଟିଲ କମ୍ପାନୀଗୁଡ଼ିକ ଅଛି । ସେଥିରୁ ମଧ୍ୟ କିଛି ବିସ୍ଫୋରଣ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି । ଏଥି ସହିତ ବାଲେଶ୍ବର କ୍ଷେପଣାସ୍ତ୍ର ଘାଟିରୁ କୌଣସି ପରୀକ୍ଷା କରାଯାଇଛି କି ନାହିଁ ତାହାକୁ ନେଇ ମଧ୍ୟ ଆଶଂଙ୍କା ପ୍ରକାଶ ପାଇଛି। ତେବେ ଏପର୍ଯ୍ୟନ୍ତ କୌଣସି ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଏହା ଏବେ ସନ୍ଦେହ ଘେରକୁ ଆସିଛି ।

Leave A Reply

Your email address will not be published.