ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶପଥ ନେଲେ ହାଇକୋର୍ଟର ୩ ନୂଆ ବିଚାରପତି

କଟକ: ଆଜି ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲୀଧର ୩ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ଏହି ଶପଥଗ୍ରହଣ ଉତ୍ସବର ଆୟୋଜିତ ହୋଇଯାଇଛି।

ଓଡ଼ିଶା ହାଇକୋର୍ଟରେ ମଞ୍ଜୁରୀପ୍ରାପ୍ତ ବିଚାରପତି ସଂଖ୍ୟା ୨୭ ହୋଇଥିବା ବେଳେ ବଦଳି ହୋଇ ଆସିଥିବା ତିନି ବିଚାରପତିଙ୍କ ଶପଥ ଗ୍ରହଣ ପରେ ଏହି ସଂଖ୍ୟା ୧୭ରେ ପହଞ୍ଚିବ ।

Leave A Reply

Your email address will not be published.