ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରବିବାର ରାଶିଫଳ ( ୦୩ – ୦୪ – ୨୦୨୨ )

ମେଷ: ବ୍ୟସ୍ତ ବିବ୍ରତ ଭିତରେ ଆଗେଇ ଚାଲିବେ। ହଠାତ୍ ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥା ସଫଳତା ପାଇବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।

ବୃଷ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ଚାକିରିରେ ଚାପ ରହିବ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ।

ମିଥୁନ : ଆର୍ଥିକ ସ୍ତରରେ ପରିବର୍ତ୍ତନ ଆସିବ। ଉଭୟ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍।

କର୍କଟ: ଚତୁରତା ସହ କାର୍ଯ୍ୟ ହାସଲ କରିବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।

ଏଥିସହିତ ପଢ଼ନ୍ତୁ

ସିଂହ : କୌଣସି ସାଂସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ।

କନ୍ୟା: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍।

ତୁଳା: ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ବନ୍ଧୁ ବାନ୍ଧବଙ୍କର ସହଯୋଗ ମିଳିବ। ରାଜନୀତିରେ ସମ୍ମାନିତ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

ବିଛା : ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

ଧନୁ : ଦିନଟି ଚଳଚଞ୍ଚଳ ରହିବେ। ପ୍ରଶାସନିକ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଲୋକପ୍ରିୟ ହେବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ନୀଳ।

ମକର : କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

କୁମ୍ଭ: ଉଚ୍ଚ ଆଶା ସଫଳ ହେବ। କୌଣସି ବିଷୟବସ୍ତୁକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରସିଦ୍ଧି ପାଇବେ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

ମୀନ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ। ମହିଳାମନେ ଆତ୍ମନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲ୍ଡେନ୍।

Leave A Reply

Your email address will not be published.