ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରୁ ଆଉ ୪ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗୋଟିଏ ପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନ୍ୟପଟେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଆଜି ମୃତ୍ୟୁ ବରଣ କରିଥିବା ୪ ମୃତକଙ୍କ ମଧ୍ୟରୁ  ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତକ ରହିଛନ୍ତି।ନୂଆ ମୃତ୍ୟୁ ମାମଲା ସହିତ ବଲାଙ୍ଗିର ଜିଲ୍ଲାରୁ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭ରେ ପହଞ୍ଚିଛି। ସେହିପରି ଝାରସୁଗୁଡ଼ାରୁ ୨୭ , କଳାହାଣ୍ଡିରୁ ୩୫ ଓ ସମ୍ବଲପୁରର ଜିଲ୍ଲାରୁ ୮୦ ରେ ପହଞ୍ଚିଛି ।

Leave A Reply

Your email address will not be published.