ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜାତୀୟ ପତାକା ପ୍ରସ୍ତୁତି ଦାୟିତ୍ୱ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ୪ ଜିଲ୍ଲାର ମିଶନ ଶକ୍ତି ମା’

ଭୁବନେଶ୍ବର: ଆଜି ସନ୍ଧ୍ୟାରେ ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମାଆ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମାଆ ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ପରି ଗୁରୁ ଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରି ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମାଆ ମାନଙ୍କ କାର୍ଯ୍ଯର ଉଚ୍ଚପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଆସ୍ଥା ସେମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ଜୀବନରେ ବହୁତ ବଡ ପରିବର୍ତ୍ତନ ଆଣିଛି ବୋଲି କହିଥିଲେ। ମିଶନ ଶକ୍ତି କାର୍ଯ୍ଯକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମାଆ ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

Leave A Reply

Your email address will not be published.