ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୨ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣଙ୍କ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ପ୍ରତ୍ୟେକ ଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ମହାମାରୀ କରୋନ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩ କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ହୋଇଥିବା ବେଳେ କଳାହାଣ୍ଡି ଓ କଟକ ଜିଲ୍ଲାରୁ ୪ ଜଣ ରହିଛନ୍ତି । ବୌଦ୍ଧ ଓ ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି ଓ କେନ୍ଦ୍ରାପଡ଼ା ନବରଙ୍ଗପୁର ଓ ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ଲକ୍ଷ ୯୦ ହଜାର ୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮୫ ହଜାର ୪୨୩ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଲକ୍ଷ ୨ ହଜାର ୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସହ କରୋନା ଯୋଗୁଁ ୨୮୭୩ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.