ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖୋଲିଲା ହୀରାକୁଦ ଡ୍ୟାମ୍‍ର ଆଉ ୬ ଗେଟ୍‌, ମୋଟ ୨୦ଟି ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର: ଛତିଶଗଡ଼ରେ ବର୍ଷା ଲାଗି ରହିଥିବାରୁ ଦ୍ରୁତ ଗତିରେ ବଢ଼ିଚାଲିଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର। ଫଳରେ ହୀରକୁଦର ଆଉ ୬ଟି ଗେଟ୍ ଖାଲାଯାଇଛି । ମୋଟ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟୁ ୧୩  ଓ ଡାହାଣ ପାର୍ଶ୍ୱରୁ ୭ ଟି ଗେଟ୍ ଦେଇ ଜଳ ନିସ୍କାସିତ ହେଉଛି । ବର୍ତ୍ତମାନ ୬୧୫. ୬୦ ଫୁଟରେ ଜଳସ୍ତର ପହଞ୍ଚିଥିବାବେଳେ ୬୩୦ ଫୁଟ ସର୍ବାଧିକ ଜଳଧାରଣ କ୍ଷମତା ରହିଛି ତେଣୁ ଆଜି ଯେ କୌଣସି ସମୟରେ ଅଧିକ ଗେଟ ଖୋଲାଯିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.