ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଶାରୁ ୬ ଜଣଙ୍କୁ ସମ୍ମାନଜନକ ପଦ୍ମ ପୁରସ୍କାର : ପ୍ରତିଭା ରାୟଙ୍କୁ ପଦ୍ମ ବିଭୂଷଣ, ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ : ଘୋଷଣା ହୋଇଛି ସମ୍ମାନଜନକ ପଦ୍ମ ପୁରସ୍କାର। ଚଳିତ ଥର ସମ୍ମାନଜନକ ପଦ୍ମ ପୁରସ୍କାର ପାଇବା ପାଇଁ ଓଡ଼ିଶାରୁ ୬ ଜଣ ମନୋନିତ ହୋଇଛନ୍ତି। ଏହି ୬ ଜଣଙ୍କ ମଧ୍ୟରୁ ବିଶିଷ୍ଟ ଓଡ଼ିଆ ସାହିତ୍ୟିକ ପ୍ରତିଭା ରାୟଙ୍କୁ ମିଳିବ ପଦ୍ମଭୂଷଣ ସମ୍ମାନ। ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ। ସମାଜସେବା ପାଇଁ ଶିଶୁ ଅନନ୍ତ ମଠର ମହନ୍ତ ମହାରା ଶ୍ରୀମଦ୍‌ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ମାନ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପାଇଁ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ, କଳା କ୍ଷେତ୍ରରେ ଅବଦାନ ପାଇଁ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ, ସାହିତ୍ୟ ଓ ଶିକ୍ଷା ପାଇଁ ନରସିଂହ ପ୍ରସାଦ ଗୁରୁଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରଯିବ।

ଅନ୍ୟପଟେ ଗତ ମାସରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜେନେରାଲ ବିପିନ ରାଓ୍ବତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯିବ ।ସେହିପରି ଅନ୍ତର୍ଜାତୀୟ ସ୍ତରରେ ଦେଶ ପାଇଁ ସୁନାମ ଆଣିଥିବା ଦୁଇ ପ୍ରଯୁକ୍ତିବିତ ମାଇକ୍ରୋସଫ୍ଟ ସିଇଓ ସତ୍ୟ ନାଡେଲା ଓ ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ପଦ୍ମ ଭୂଷଣ ମିଳିବ । ସେହିପରି କଂଗ୍ରେସ ନେତା ଗୁଲାମ ନବି ଆଜାଦଙ୍କୁ ମଧ୍ୟ ପଦ୍ମ ଭୂଷଣ ମିଳିବ ।ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ରାଧେ ଶ୍ୟାମ ଖେମକାଙ୍କୁ ସାହିତ୍ୟ ପାଇଁ ମରଣୋତ୍ତର ପଦ୍ମ ବିଭୂଷଣ, କଳା କ୍ଷେତ୍ରରେ ଅବଦାନ ପାଇଁ ପ୍ରଭା ଆଟ୍ରେଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯିବ।

ଚଳିତ ବର୍ଷ ମୋଟ ୪ ଜଣଙ୍କୁ ପଦ୍ମ ବିଭୂଷଣ, ୧୭ ଜଣଙ୍କୁ ପଦ୍ମ ଭୂଷଣ ଓ ୧୦୭ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ପ୍ରତି ବର୍ଷ ଗଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ ଘୋଷଣା କରାଯାଇଥାଏ । ଏହାର କିଛି ମାସ ପରେ ଅର୍ଥାତ ମାର୍ଚ୍ଚ କିମ୍ବା ଏପ୍ରିଲରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ।

Leave A Reply

Your email address will not be published.