ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା , କୋରାପୁଟ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.