ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨ଜଣ ସଂକ୍ରମିତ ରହିଛନ୍ତି।ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୧ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।


ଆଜି ଚିହ୍ନଟ ହୋଇଥିବା ୬୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୨୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୪୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୨,୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.