ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଢୁଛି କରୋନା ଗ୍ରାଫ୍ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୯ଜଣ ସଂକ୍ରମିତ ରହିଛନ୍ତି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।


ଆଜି ଚିହ୍ନଟ ହୋଇଥିବା ୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨, ୮୯, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨, ୭୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୨,୦୪୪,୫୦୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.