ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୦୬ – ୦୪ – ୨୦୨୨ )

ମେଷ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ବୃଷ: ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ। ସାଂସାରିକ ସୁଖମୟ ରହିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟ ମନମୁତାବକ ରହିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।

ମିଥୁନ: ପ୍ରତି କାର୍ଯ୍ୟରେ ବ୍ୟୟବହୁଳତା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

କର୍କଟ: ଉଚ୍ଚଆଶା ସଫଳ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀଙ୍କର ନିଷ୍ଠା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ଲାଲ୍‌।

କନ୍ୟା: କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ।ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ତୁଳା: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ସାଂସାରିକ ଅଶାନ୍ତି ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

ବିଛା: କିଛିଟା ଉତ୍ତେଜନା ଭିତରେ ସଫଳତା ପାଇବେ। ରାଜନୀତିରେ ପ୍ରଶଂସିତ ହେବେ। ମହିଳାମାନେ ଉତ୍ସାହିତ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍‌।

ଧନୁ: ଉଦ୍‌ଯୋଗ କରି ସଫଳ ହେବେ। ଆର୍ଥିକ ସ୍ବଚ୍ଛଳତା ରହିବ। ରାଜନୀତିରେ ଶତ୍ରୁ ପ୍ରଶମିତ ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ-କଫି।

ମକର: ଶୃଙ୍ଖଳିତ ଭାବରେ କାର୍ଯ୍ୟକରି ସଫଳ ହେବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

କୁମ୍ଭ:ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୃଟି କରିପାରନ୍ତି। ସାଂସାରିକ ଭୁଲ ବୁଝାମଣା ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୮ ,ଶୁଭ ରଙ୍ଗ- କଳା।

ମୀନ: କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲ୍‌ଡେନ୍‌।

Leave A Reply

Your email address will not be published.