ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଞ୍ଚାୟତ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୭୧ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ସମୁଦାୟ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ସଂଧ୍ୟା ୫ଟା ସୁଦ୍ଧା ମୋଟ ୭୧ ପ୍ରତିଶତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏହି ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ରହିଥିଲେ । ପଞ୍ଚୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ମୋଟ ୨୯ ଟି ଜିଲ୍ଲାର ୬୩ ଟି ବ୍ଳକର ୧୩୮୨ ଟି ଗ୍ରାମ ପଞ୍ଚାୟତରେ ୧୭୧ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୧୮,୪୯୫ ବୁଥରେ ନିର୍ବାଚନ ଶେଷ ହୋଇଅଛି ।

ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢ଼ୀ କହିଛନ୍ତି ଯେ, ଅନ୍ୟାନ୍ୟ ସ୍ଥାନ ବ୍ୟତୀତ ମାଲକାନଗିରି ଜିଲ୍ଳାର ମାଥିଲି ଓ ପଡିଆ ବ୍ଲକ, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମାଓ ପ୍ରବଣ ସ୍ଥାନ ହୋଇଥିଲେ ମଧ୍ୟ ନିର୍ବାଚନ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି। ବିଶେଷ ଭାବରେ ମାଲକାନଗିରି ଜିଲ୍ଲାରେ ଗତ ୨ ପର୍ଯ୍ୟାୟ ଭଳି ଏ ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ବେଶ ଉତ୍ସାହଜନକ ହୋଇଛି।

ମତଦାନ ବେଳେ ବିଞ୍ଝାରପୁରରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ହୋଇଥିବା ଆକ୍ରମଣକୁ କମିଶନ ନିନ୍ଦା କରିଛନ୍ତି । ଦୋଷୀଙ୍କୁ ଗିରଫ କରିବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଓ ଯାଜପୁର ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ନିର୍ବାଚନ କମିଶନର କହିଛନ୍ତି ।

Leave A Reply

Your email address will not be published.