ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭ ହଜାର ୪୨୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର : ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାର ଟିକେ କମିଥିବା ବେଳେ ଆଜି ପୁଣିଥରେ ବୃଦ୍ଧି ପାଇଛି। ଗତକାଲି ରାଜ୍ୟରେ  ୫ ହଜାର ୮୯୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୭ ହଜାର ୪୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦୈନିକ ସଂକମ୍ରଣ ହାର ହ୍ରାସ ପାଇବା କାରଣରୁ ଲୋକମାନେ ଆଶ୍ବସ୍ତ ହୋଇଥିବା ବେଳେ ଆଜି ପୁଣି ବୃଦ୍ଧି ପାଇବା ଚିସ୍ତା ବଢାଇଦେଇଛି।


ଗତ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୪୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ୪୩୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୧୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୫୭ଜଣ ରହିଛନ୍ତି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।


ଆଜି ଚିହ୍ନଟ ହୋଇଥିବା ୭ ହଜାର ୪୨୬ କରୋନା ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୪୨ ହଜାର ୧୬୧ ରହିଥିବା ବେଳେ ୭୪ ହଜାର ୫୧୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।


ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି ।


ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ କନ୍ଧମାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.