ବଢ଼ିବଢ଼ି ଚାଲିଛି ଦୈନିକ ସଂକ୍ରମଣ : ଆଜି ୭ ଶହ ପାର୍‌ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ କରୋନା ବିଷ୍ଫୋରଣ ଆଡକୁ ମୁହାଁଉଛି । ଗତକାଲି ୫୦୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଏହା ୭୦୦ ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ୭୪୩  ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୩ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରୁ ଚିହ୍ନଟ ହୋଇଥିବା ୭୪୩ ଜଣ କରୋନା ପଜିଟିଭଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧ ଜଣ,  ବାଲେଶ୍ୱର ଜିଲ୍ଲାରୁ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୧ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୮ ଜଣ, କଟକ ଜିଲ୍ଲାରୁ ୧୧୫ଜଣ,ଦେବଗଡ ଜିଲ୍ଲାରୁ ୮,  ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡା ଜିଲ୍ଲାରୁ ୬, କଳାହାଣ୍ଡି ଜିଲ୍ଲାରୁ ୨ଜଣ,  କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୩୬ଜଣ, ରାୟଗଡା ଜିଲ୍ଲରୁ ୩ ଜଣ,  ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୫ ଜଣ, ଷ୍ଟେଟ ପୁଲ୍‌ରୁ ୬୦ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୯୫,୩୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨,୮୨, ୨୭୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩, ୨୨, ୭୬,୨୨୦ସାମ୍ପୁଲ ଟେଷ୍ଟ୍ ହୋଇଛି ।
Leave a comment