ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବେକାବୁ ହେଉଛି ମହାମାରୀ : ୨୪ ଘଣ୍ଟାରେ ୭୯୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ବେକାବୁ ହେଉଛି ମହାମାରୀ କରୋନା। ଗତ କିଛି ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଉପରେ ରହୁଥିବା ବେଳେ ଆଜି ତାହା ହଠାତ୍ ଲମ୍ବ ଡିଆଁ ମାରି ୮୦୦ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ୭୯୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୫୯ ଓ ସ୍ଥାନୀୟ ଅଞ୍ଚଳରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରୁ ଚିହ୍ନଟ ୭୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ସୁନ୍ଦରଗଡ଼ରୁ ସର୍ବାଧିକ ୧୪୭, ଖୋର୍ଦ୍ଧାରୁ ୧୧୮ କୋଭିଡ ପଜିଟିଭ୍‌, ବରଗଡ଼ରୁ ୪୮, କଟକରୁ ୪୬, ସମ୍ବଲପୁରରୁ ୪୫, ପୁରୀରୁ ୪୩, କେନ୍ଦୁଝରରୁ ୩୯, କଳାହାଣ୍ଡିରୁ ୩୮, ଝାରସୁଗୁଡ଼ା ଓ ନୂଆପଡ଼ାରୁ ୩୧, ଷ୍ଟେଟପୁଲରୁ ୨୭ ଜଣ  କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୁଳରୁ ୧୭ଜଣ, ବାଲେଶ୍ୱରରୁ ୬ଜଣ,  ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲରୁ ୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ,  କନ୍ଧମାଳ ଜିଲ୍ଲ୨ରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ,କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, , ରାୟଗଡ଼ା ଜିଲ୍ଲାରୁ ୧୪ଜଣ,  ସୋନପୁର ଜିଲ୍ଲାରୁ ୭ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.