ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବସ-ଟ୍ରକ ମୁହାଁମୁହିଁ ଧକ୍କା : ୮ ମୃତ, ୨୫ରୁ ଅଧିକ ଆହତ

ଲକ୍ଷ୍ନୌ : ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖେରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ତେଣୁ ମୃତକଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଇଛି ।

ଖବର ଅନୁଯାୟୀ, ମଙ୍ଗଳବାର ସକାଳ ସମୟରେ ଶାରଦା ନଦୀ ପୋଲ ନିକଟରେ ଏକ ଯାତ୍ରୀବାହୀନ ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ଘଟଣାସ୍ଥଳରେ ହିଁ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ସଂପର୍କରେ ଖବର ପାଇଁ ସ୍ଥାନୀୟ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ସମସ୍ତ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ସଂପର୍କରେ ଖବର ପାଇ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଏହାସହିତ ଆହତଙ୍କୁ ଯଥାସମ୍ଭବ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ କରିଛନ୍ତି ।

Leave A Reply

Your email address will not be published.