ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
![](https://thesakala.in/wp-content/uploads/2024/04/rain2-1-1.jpg)
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଟ୍ବିନ ସିଟି ସମେତ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, ଖେର୍ଦ୍ଧା, କଟକ ଓ ବାଲେଶ୍ବର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।