ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲା ଟ୍ରକ, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଯାଜପୁର: ୧୧ କେଭ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୪ ଚକିଆ ଟ୍ରକ ସହ ଜଳିଗଲେ ଡ୍ରାଇଭର । ସ୍ଥାନୀୟ ଲୋକଙ୍କ ସହାୟତାରେ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏଭଳି ଅଘଟଣ ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନାର ଟୋଲ ପ୍ଲାଜା ନିକଟସ୍ଥ ସିଙ୍ଗଡ଼ା ଛକ ନିକଟରେ । ମୃତକ ଜଣକ ହେଲେ ସ୍ଥାନୀୟ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ।

Article Bottom (Mobile Only)

ସୂଚନାଯୋଗ୍ୟ ଡ୍ରାଇଭର ଜଣକ ଗାଡି ଅନଲୋଡ଼ କରି ସିଙ୍ଗଡ଼ା ଗାଁ ଅଭିମୁଖେ ଯାଉଥିବା ବେଳେ ଝୁଲି ରହିଥିବା ୧୧ କେଭି ବିଦ୍ୟୁତ ତାର ଟ୍ରକରେ ଲାଗି ଯିବାରୁ ଟ୍ରକଟି ହଠାତ ଜାଳି ଉଠିଲା।ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.