ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସମ୍ଭାବ୍ୟ ବାତ୍ୟାକୁ ନେଇ ସଂଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ପୂର୍ବ ପ୍ରସ୍ତୁତି । ବାତ୍ୟା ସ୍ଥିତି ନେଇ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରାକର । ଆଜି ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବାତ୍ୟା ମୁକାବିଲା ରଣକୌଶଳ ନେଇ ଆଲୋଚନା ହେବ । ଏହି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ସ୍ୱତନ୍ତ୍ର ରିଲିଫ୍ କମିଶନର ଉପସ୍ଥିତି ରହିବେ । ଏହା ସହ ଏହି ବୈଠକରେ ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ ଜାରି କରଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ମଧ୍ୟ ଉପସ୍ଥିତ ରହିବେ ।

ସେପଟେ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି । ୭ଟି ଜିଲ୍ଲାର ଜିଲ୍ଲପାଳଙ୍କୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଜିଲ୍ଲା ଗୁଡିକରେ ଔଷଧ, ପିଇବା ପାଣି, ଡଙ୍ଗା ଆବଶ୍ୟକ ମୁତାବକ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ, କଲେଜ, ସ୍କୁଲ ଓ କଲ୍ୟାଣ ମଣ୍ଡପ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି। ୭ଟି ଜିଲ୍ଲା ଉପରେ ନଜର ରଖାଯାଇଛି। ମାତ୍ର ସମସ୍ତ ଜିଲ୍ଲାପାଳଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି।

Leave A Reply

Your email address will not be published.