ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ଗଜପତି ଡିଏଫ୍‌ଓଙ୍କୁ ଜେରା କରୁଛି କ୍ରାଇମ୍‌ବ୍ରାଞ୍ଚ

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଜେରାରେ ପଡ଼ିଲା ଗଜପତି ଡିଏଫଓଙ୍କ ପାଳି । ଆଜି ତଦନ୍ତକାରୀ ଟିମ୍ ଆଗରେ ହାଜର ହୋଇଛନ୍ତି ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା । ପାରଳାଖେମୁଣ୍ଡି ପୁଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍‌ ତାଙ୍କୁ ପଚରାଉଚରା ଚଳାଇଛନ୍ତି । ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଥିଲେ ସୌମ୍ୟଙ୍କ ପରିବାର ଲୋକ ।

ବୋହୂ ବିଦ୍ୟାଭାରତୀଙ୍କ ସହ ଗଜପତି ଡିଫଓଙ୍କ ଅନୈତିକ ସମ୍ପର୍କ ଥିବା ଅଭିଯୋଗ ହୋଇଥିଲା । ସୌମ୍ୟଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ ଡିଏଫଓଙ୍କ ନାଁରେ ହତ୍ୟା ଓ ଅପରାଧିକ ଷଡ଼ଯନ୍ତ୍ର ମାମଲା ରୁଜୁ ବି ହୋଇଥିଲା । ପୂର୍ବରୁ ତଦନ୍ତ ବେଳେ ଗଜପତି ପୋଲିସ ତାଙ୍କୁ କ୍ଲିନଚିଟ୍ ଦେଇଥିଲା । କ୍ରାଇମବ୍ରାଞ୍ଚ ତଦନ୍ତ ଭାର ନେବା ପରେ ଆଜି ତାଙ୍କୁ ପଚରାଉଚରା କରାଯାଉଛି ।

ଘଟଣାରେ ଏ ପର୍ୟ୍ୟନ୍ତ ୧୪ଜଣଙ୍କୁ ଜେରା କରିସାରିଲାଣି କ୍ରାଇମବ୍ରାଞ୍ଚ । ଖୁବଶୀଘ୍ର ବିଦ୍ୟାଭାରତୀଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିବା ନେଇ ସୂଚନା ମିଳିଛି । ଗତକାଲି ଗୁରାଣ୍ଡି ଥାନା ଅଧିକାରୀ ମମତା ପଣ୍ଡାଙ୍କୁ ଜେରା କରିଥିଲା କ୍ରାଇମବ୍ରାଞ୍ଚ । ସୌମ୍ୟଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନାନ୍ତର ବେଳେ ମମତା ଅଧିକ ସମୟ ଆମ୍ୱୁଲାନ୍ସ ଅଟକାଇଥିବା ଅଭିଯୋଗ ହୋଇଥିଲା । ଏପରିକି ସେ ବିଦ୍ୟାଭାରତୀଙ୍କ ସମ୍ପର୍କୀୟ ଓ ମାମଲାର ପ୍ରମାଣ ନଷ୍ଟ କରିବାରେ ମଧ୍ୟ ସହଯୋଗ କରିଥିବା ସୌମ୍ୟଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ । ପୂର୍ବରୁ ସୌମ୍ୟଙ୍କ ଦୁଇ ସହଯୋଗୀ ଏସିଏଫ୍, ବନ ବିଭାଗ କର୍ମଚାରୀ, ତହସିଲଦାର, ଆମ୍ବୁଲାନ୍ସ କର୍ମଚାରୀଙ୍କ ସହିତ ଦୁଇ ଡାକ୍ତରଙ୍କୁ ଜେରା କରିସାରିଛି କ୍ରାଇମବ୍ରାଞ୍ଚ ।

ଅନ୍ୟପଟେ  ସୌମ୍ୟଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଯେତିକି ଆଗକୁ ବଢୁଛି ସେତିକି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ପୋଲିସ ତଦନ୍ତ ପରିସରଭୁକ୍ତ କରିନଥିବା ଡାକ୍ତର ଓ ତହସିଲଦାରଙ୍କୁ ପଚାରା ଉଚାରା କରିଛି କ୍ରାଇମବ୍ରାଞ୍ଚ। ହେଲେ ମୃତ୍ୟୁ କାଳୀନ ଜମାନବନ୍ଦିକୁ ନେଇ ରହିଥିବା ସନ୍ଦେହ ଘନିଭୂତ ହୋଇଛି । ଜଣେ ୯୫ ପ୍ରତିଶତ ପୋଡି ଯାଇଥିବା ବ୍ୟକ୍ତି କିଭଳି ମୃତ୍ୟୁ କାଳିନ ଜମାନ ବନ୍ଦି ଦେବାକୁ ସକ୍ଷମ ହେଲେ ତାକୁ ନେଇ ଆପତ୍ତି ରହିଛି । ଡ଼ାକ୍ତର କହିଥିଲେ ଜମାନବନ୍ଦୀ ସମୟରେ ଡାକ୍ତର ଓ ମାଜିଷ୍ଟ୍ରେଟଙ୍କ ବ୍ୟତୀତ କେହି ଉପସ୍ଥିତ ନଥିଲେ । କିନ୍ତୁ ଭାଇରଲ ହେଉଥିବା ଭିଡିଓରେ ଡାକ୍ତର ଓ ତହସିଲଦାରଙ୍କ ସହ ଜମାନବନ୍ଦୀ ଲେଖା ହେବା ସମୟରେ ଗଜପତି ଡିଏଫ୍‌ଓ  ଉପସ୍ଥିତ ଅଛନ୍ତି । ସେପଟେ ଜମାନବନ୍ଦୀ ଲେଖା ସମୟରେ ଭିଡିଓ ରେକର୍ଡ କରାଯାଇଥିବା କଥାକୁ ଡାକ୍ତର ଜାଣି ନଥିବା କହୁଥିବା ବେଳେ ତହସିଲଦାର ମୁହଁ ଖୋଲୁ ନାହାନ୍ତି । ଯାହା ପରିବାର ଲୋକଙ୍କ ଅଭିଯୋଗ ଓ ଲୋକଙ୍କ ସନ୍ଦେହ କୁ ଅଧିକ ଘନୀଭୂତ କରିଛି । ତେବେ ଏସମ୍ପର୍କରେ କ୍ରାଇମବ୍ରାଞ୍ଚ ଡିଏସପିଙ୍କ କହିବା ହେଲା ଭିଡିଓର ଯାଞ୍ଚ କରାଯିବ । ଯଦି ସତ୍ୟତା ଥାଏ ତାହା ହେଲେ ତଦନ୍ତ ପରିସରଭୁକ୍ତ କରାଯିବ ।

Leave A Reply

Your email address will not be published.