ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବଢୁଛି ସଂକ୍ରମଣ : ସମସ୍ତ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ସହ ବେଡ୍ ପ୍ରସ୍ତୁତ ରଖିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ବର : ପୁଣିଥରେ ରାଜ୍ୟକୁ ଘାରିଛି କରୋନା ଭୟ। ଧିରେ ଧିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇ ଦେଇଛି। ରାଜ୍ୟରେ ବଢୁଥିବା ସଂକ୍ରମିତଙ୍କ ସଂଖ୍ୟାକୁ ଦେଖି ମୁକାବିଲା ପାଇଁ ପ୍ରସ୍ତୁତ ହୋଇଯାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଏ ସଂପର୍କରେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମସ୍ତ ଜିଲ୍ଲାପାଳ, ସିଡିଏମଓ ଓ ମ୍ୟୁନସିପାଲ କମିଶନରମାନଙ୍କୁ ଚିଠି ଲେଖି ସତର୍କ ରହିବା ସହ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ସବୁ ଜିଲ୍ଲା ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ସହ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ । କେବଳ ଏତିକି ନୁହେଁ ବରଂ ଆଇସିୟୁ, ଡାଏଲିସିସ୍, ଲେବର ରୁମ୍ ଆଦି ମଧ୍ୟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସରକାରୀ ନୁହେଁ ବରଂ ଘରୋଇ ହସ୍ପିଟାଲ ଗୁଡ଼ିକୁ ମଧ୍ୟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ। ଏଥି ସହିତ ଫାଭିପିରାଭିର୍, ରେମଡେସିଭିର ପର୍ଯ୍ୟାପ୍ତ ପରିମାଣରେ ଗଚ୍ଛିତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବହୁବିଧ ରୋଗରେ ପୀଡିତଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ପାଇଁ, ଘରୋଇ ହସ୍ପିଟାଲଗୁଡିକୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଓପି ବ୍ୟବସ୍ଥାରେ ଚିକିତ୍ସା କରିବା ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୧୮୯। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ବେଳେ ୩,୩୭,୨୧୨ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୨୫୬୮ ଆକ୍ଟିଭ କେସ୍‌ ରହିଛି।

Leave A Reply

Your email address will not be published.