ଆଜିଠୁ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା’, ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜିଠୁ ୟୁନିଟ୍-୧ ଆଦିବାସୀ ପଡ଼ିଆରେ ଉଦ୍ଘାଟିତ ହେବ ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୩’। ସନ୍ଧ୍ୟା ୫ଟାରେ ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବେ। ୨୦ ତାରିଖରୁ ଏହି ମେଳା ଆରମ୍ଭ ହୋଇ ୧୫ ଦିନ ଧରି ଚାଲିବ। ଆଦିବାସୀ ଗ୍ରାମ, ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରକୋଷ୍ଠ, ଆଦିବାସୀ ହାଟ, ଆଦିବାସୀ କଳା ସାମଗ୍ରୀ, ଖାଦ୍ୟ ବଜାର ଆଦି ପ୍ରସ୍ତୁତି କରାଯିବ।
ତେବେ ଚଳିତ ଥର ୧୦ଟି ଆଦିବାସୀ ଗ୍ରାମ ସମେତ ୧୨୧ଟି ଷ୍ଟଲରେ ଜନଜାତିମାନେ ସେମାନଙ୍କ କଳାସାମଗ୍ରୀ, ଜଙ୍ଗଲଜାତ ଦ୍ରବ୍ୟ ଆଦି ବିକ୍ରି କରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମେଳା ପରିସରରେ ରହିଥିବା ସାଂସ୍କୃତିକ ମଞ୍ଚରେ ପ୍ରତିଦିନ ସନ୍ଧ୍ୟା ୬ଟା ୩୦ରୁ ରାତି ୮ଟା ୩୦ ପର୍ଯ୍ୟନ୍ତ ବିଭିନ୍ନ ସାଂସ୍କୃତି କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଅପରାହ୍ଣ ୨ଟା୩୦ରୁ ରାତି ୯ଟା ଯାଏ ପ୍ରଦର୍ଶନୀ ଖୋଲା ରହିବ। ଉଦଘାଟନୀ କାର୍ଯ୍ୟକ୍ରମରେ ବିଭାଗର ବରିଷ୍ଠ ପଦାଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।