ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରେମିକାର ଗଳାକାଟି ହତ୍ୟା ପରେ ପ୍ରେମିକର ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ରାୟଗଡ଼ା : ପ୍ରେମୀ ଯୁଗଳଙ୍କ ରକ୍ତ ଜୁଡୁବୁଡୁ ଶରୀର ଠାବ। ଟିକିରି ଥାନା ଅନ୍ତର୍ଗତ ଓଷାପଡା ଓ ମୁଣ୍ଡାଗାଁ ଗ୍ରାମର ମଧ୍ୟବର୍ତ୍ତୀ ସ୍ଥାନରେ ଠାବ ହୋଇଛି ପ୍ରେମୀ ଯୁଗଳଙ୍କ ରକ୍ତ ଜୁଡୁବୁଡୁ ଶରୀର। ପ୍ରେମିକାକୁ ଗଳାକାଟି ହତ୍ୟା କରିବା ପରେ ପ୍ରେମିକ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ପ୍ରେମିକକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

ଏକତରଫା ପ୍ରେମରୁ ଏଭଳି ଘଟଣା ହୋଇଥିବା କୁହାଯାଉଛି। ଆଉ ଯାହାକୁ ନେଇ ସେ ଯୁବତୀଙ୍କୁ ଆକ୍ରମଣ କରିଥିଲେ । ତେବେ ଯୁବତୀଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଆତ୍ମହତ୍ୟା ଉଦ୍ୟମ କରିଛି ଯୁବକ ।
ତେବେ ଗୁରୁତର ଅବସ୍ଥାରେ ଅଭିଯୁକ୍ତକୁ ରାୟଗଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି । ଯୁବତୀଙ୍କୁ ବଞ୍ଚାଇବାକୁ ଯାଇ ଛୁରାମାଡ଼ରେ ଯୁବତୀଙ୍କ ସାଙ୍ଗ ମଧ୍ୟ ଆହତ ହୋଇଛନ୍ତି । ତେବେ ପୁଲିସ ଏହି ମାମଲାରେ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.