ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ

ଭୁବନେଶ୍ବର : ପିପିଲି  ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି । କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।  ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇପଡିଥିଲେ । ତୁରନ୍ତ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍ ପଜିଟିଭ୍ ହୋଇଥିବା ଜଣାପଡିଥିଲା ।

ପିପିଲି ନିକଟବର୍ତ୍ତୀ ନିଜ ଗାଁ ମୋଟରୀ ଆଙ୍କୋଇରୁ ପ୍ରଚାର ପାଇଁ ବାହାରୁଥିବା ବେଳେ ଅସୁସ୍ଥ ହୋଇ ତଳେ ପଡି ଯାଇଥିଲେ ଅଜିତ ମଙ୍ଗରାଜ । ତୁରନ୍ତ ତାଙ୍କ ସମର୍ଥକମାନେ ଚିକିତ୍ସା ପାଇଁ ଡେଲାଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରବଳ ଗରମ ଯୋଗୁ ପ୍ରଚାର ବେଳେ ହଠାତ୍‌ ଅଜିତ ଅସୁସ୍ଥ ହୋଇ ପଡ଼ିଥିଲେ। ମୁଣ୍ଡ ବୁଲାଇବା ସହ ଘଟଣା ସ୍ଥଳରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ଉପସ୍ଥିତ କର୍ମୀମାନେ ତାଙ୍କୁ ତୁରନ୍ତ ଡେଲାଙ୍ଗ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ପ୍ରାୟ ୮ ଘଣ୍ଟାର ଚିକିତ୍ସା ପରେ ଅଜିତ ଘରକୁ ଫେରିଥିଲେ। ଗତ ୧୦ ତାରିଖରେ ସେ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଥିଲା ।

ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Leave A Reply

Your email address will not be published.