ରାଜ୍ଯରେ କାଳବୈଶାଖୀ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କାଳବୈଶାଖୀ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ଢ଼େଙ୍କାନାଳ, କଟକ, ଅନୁଗୁଳ, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ । ଏହି ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

ଆସନ୍ତା ୫ ଦିନ ପର୍ଯ୍ଯନ୍ତ ଅର୍ଥାତ୍‌ ଜୁନ୍‌ ୯ ତାରିଖ ଗୁରୁବାର ପର୍ଯ୍ଯନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିପରି କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Leave a comment