ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କାଳବୈଶାଖୀ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ଯରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି । ଏ ନେଇ  ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା  ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୁରଭଞ୍ଜ , ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.