ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସାବିତ୍ରୀ ଅମାବାସ୍ୟାରେ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଅଧୀନସ୍ଥ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଆସନ୍ତା ୩୦ ତାରିଖରେ ବନ୍ଦ ରହିବ। ଆସନ୍ତା ୩୦ ତାରିଖ(ସୋମବାର) ଦିନ ସାବିତ୍ରୀ ଅମାବାସ୍ୟା ରହିଥିବାରୁ ସମସ୍ତ ଡିଗ୍ରି କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ଦର୍ଶାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସମସ୍ତ ଡିଗ୍ରି କଲେଜ ଓ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଚିଠି ଲେଖିଛନ୍ତି।

ସେହିପରି ସମସ୍ତ ବିଇଡି କଲେଜଗୁଡ଼ିକ ମଧ୍ୟ ବନ୍ଦ ରହିବ ବୋଲି ବିଭାଗ ସମସ୍ତ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଛନ୍ତି। ପୂର୍ବରୁ ସାବିତ୍ରୀ ଅମାବାସ୍ୟାରେ ଗଣଶିକ୍ଷା ବିଭାଗ ଅଧୀନସ୍ଥ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ମଧ୍ୟ ବିଭାଗ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲା ।

Leave A Reply

Your email address will not be published.